Biblia Todo Logo
Bib sou entènèt

- Piblisite -




ଯୋହନ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

23 ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?

Gade chapit la Kopi

ପବିତ୍ର ବାଇବଲ

23 ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ?

Gade chapit la Kopi




ଯୋହନ 7:23
9 Referans Kwoze  

କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?


କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।


ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?


ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।


ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।


Swiv nou:

Piblisite


Piblisite