Biblia Todo Logo
Bib sou entènèt

- Piblisite -




ଯୋହନ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ଵା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ଉତ୍ତର ଦେଲେ, “ନା- ମୁଁ ନିଜ ପାଇଁ ସାକ୍ଷ୍ୟ ଦେଲେ ସୁଦ୍ଧା, ମୁଁ ଯାହା କହୁଛି ତାହା ସତ୍ୟ, କାରଣ ମୁଁ ଜାଣେ, ମୁଁ କେଉଁଠାରୁ ମୋର ଆଗମନ ଓ କେଉଁଠାକୁ ମୋର ପ୍ରସ୍ଥାନ, ତୁମେ ତାହା ଜାଣ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ମୋ’ ବିଷୟରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ୱାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡ଼େ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।

Gade chapit la Kopi




ଯୋହନ 8:14
19 Referans Kwoze  

ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।


ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।


ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।


ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


Swiv nou:

Piblisite


Piblisite