Biblia Todo Logo
Bib sou entènèt

- Piblisite -




ଯୋହନ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ତୁମ ଧର୍ମ ବ୍ୟବସ୍ଥାରେ ଲେଖାଯାଇଛି, ଦୁଇ ଜଣ ସାକ୍ଷୀଙ୍କ କଥା ସମାନ ହେଲେ, ସେମାନେ ଯାହା କହୁଛନ୍ତି ତାହା ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭର ବିଧି ବ୍ୟବସ୍ଥା କୁହେ ଯେ, କୌଣସି ଘଟଣା ସମ୍ବନ୍ଧରେ ଯଦି ଦୁଇଜଣ ସାକ୍ଷୀ ସମାନ କଥା କହନ୍ତି, ତେବେ ତୁମ୍ଭେ ନିଶ୍ଚୟ ସେମାନଙ୍କ କଥା ଗ୍ରହଣ କରିବ।

Gade chapit la Kopi




ଯୋହନ 8:17
13 Referans Kwoze  

ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।


କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;


କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।


ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?


ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।


Swiv nou:

Piblisite


Piblisite