Biblia Todo Logo
Bib sou entènèt

- Piblisite -




ଯୋହନ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?

Gade chapit la Kopi

ଓଡିଆ ବାଇବେଲ

22 ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଇହୁଦୀ କର୍ତ୍ତୃପକ୍ଷମାନେ କୁହାକୁହି ହେଲେ, “ସେ କହୁଛନ୍ତି; ସେ ଯେଉଁଠାରକୁ ଯିବେ, ଆମେ ସେଠାକୁ ଯାଇ ପାରିବା ନାହିଁ। ସେ ଆତ୍ମହତ୍ୟା କରିବାକୁ ଭାବୁଛନ୍ତି କି?

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ଯିହୂଦୀମାନେ ପରସ୍ପରକୁ ପଗ୍ଭରିଲେ, “ଯୀଶୁ କ'ଣ ଆତ୍ମହତ୍ୟା କରିବେ? ସେଥିପାଇଁ କ'ଣ ସେ କହିଲେ ଯେ, ‘ମୁଁ ଯେଉଁଠାକୁ ଯାଉଛି ତୁମ୍ଭେମାନେ ସେଠାକୁ ଆସି ପାରିବ ନାହିଁ?’”

Gade chapit la Kopi




ଯୋହନ 8:22
11 Referans Kwoze  

ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?


ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।


ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।


ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।


ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?


ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?


ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?


ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।


ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


Swiv nou:

Piblisite


Piblisite