Biblia Todo Logo
Bib sou entènèt

- Piblisite -




ଯୋହନ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତୁମ୍ଭମାନଙ୍କ ସମ୍ଵନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହାହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।

Gade chapit la Kopi

ଓଡିଆ ବାଇବେଲ

26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ତୁମ୍ଭମାନଙ୍କ ବିଷୟରେ କହିବା ପାଇଁ ଏବଂ ତୁମ୍ଭମାନଙ୍କୁ ଦୋଷୀ କରିବା ପାଇଁ ମୋର ଅନେକ କଥା ଅଛି। କିନ୍ତୁ ଯେ ମୋତେ ପ୍ରେରଣ କରିଛନ୍ତି, ସେ ସତ୍ୟ। ତାଙ୍କଠାରୁ ମୁଁ ଯାହା ଶୁଣିଛି; କେବଳ ତାହା ହିଁ ଜଣାଉଛି।”

Gade chapit la Kopi

ପବିତ୍ର ବାଇବଲ

26 ମୋର ତୁମ୍ଭ ବିଷୟରେ ଅନେକ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଗ୍ଭର କରିପାରେ, କିନ୍ତୁ ମୋର ପ୍ରେରଣକର୍ତ୍ତା ମୋତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ୟ କହନ୍ତି।”

Gade chapit la Kopi




ଯୋହନ 8:26
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।


କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।


କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।


ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।


ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।


Swiv nou:

Piblisite


Piblisite