Biblia Todo Logo
Bib sou entènèt

- Piblisite -




ଯୋହନ 8:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ ପରିତ୍ୟାଗ କଲେ ନାହିଁ, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।

Gade chapit la Kopi

ଓଡିଆ ବାଇବେଲ

29 ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯେ ମୋତେ ପ୍ରେରଣ କରିଛନ୍ତି, ସେ ମୋ’ ସଙ୍ଗରେ ଅଛନ୍ତି। ସେ ମୋତେ ଏକାକୀ ଛାଡ଼ି ଦେଇ ନାହାନ୍ତି, କାରଣ ଯାହା ତାଙ୍କର ସନ୍ତୋଷଜନକ, କେବଳ ତାହା ମୁଁ ସବୁବେଳେ କରିଥାଏ।”

Gade chapit la Kopi

ପବିତ୍ର ବାଇବଲ

29 ମୋତେ ଯିଏ (ପରମେଶ୍ୱର) ପଠାଇଛନ୍ତି, ସେ ମୋ’ ସହିତ ଅଛନ୍ତି। ତାହାଙ୍କ ସନ୍ତୋଷଜନକ କାର୍ଯ୍ୟ ମୁଁ ସର୍ବଦା କରେ। ତେଣୁ ସେ ମୋତେ ଏକୁଟିଆ କରି ଛାଡ଼ି ନାହାନ୍ତି।”

Gade chapit la Kopi




ଯୋହନ 8:29
25 Referans Kwoze  

କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।


“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”


ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


Swiv nou:

Piblisite


Piblisite