Biblia Todo Logo
Bib sou entènèt

- Piblisite -




ଯୋହନ 8:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ଵର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ଵରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।

Gade chapit la Kopi

ଓଡିଆ ବାଇବେଲ

42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଯୀଶୁ ସେମାନଙ୍କୁ କହିଲେ: “ଈଶ୍ୱର ଯଦି ପ୍ରକୃତରେ ତୁମ୍ଭମାନଙ୍କର ପିତା, ତାହାହେଲେ ତୁମ୍ଭେମାନେ ମୋତେ ସ୍ନେହ କରିଥାଆନ୍ତ, କାରଣ ମୁଁ ଈଶ୍ୱରଙ୍କ ନିକଟରୁ ଆସି ବର୍ତ୍ତମାନ ଏଠାରେ ଅଛି। ମୁଁ ନିଜ ଅଧିକାରରେ ଆସି ନାହିଁ। ଈଶ୍ୱର ମୋତେ ପ୍ରେରଣ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

42 ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି।

Gade chapit la Kopi




ଯୋହନ 8:42
22 Referans Kwoze  

କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।


ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


Swiv nou:

Piblisite


Piblisite