Biblia Todo Logo
Bib sou entènèt

- Piblisite -




ଯୋହନ 8:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁଣ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।

Gade chapit la Kopi

ଓଡିଆ ବାଇବେଲ

43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ମୁଁ ଯାହା କହୁଛି, ତୁମେ ବୁଝିପାରୁ ନାହଁ କାହିଁକି? ଏହାର କାରଣ ହେଉଛି, ତୁମେ ମୋର ଶିକ୍ଷା ଶୁଣି ସହ୍ୟ କରିପାରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ

43 ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ।

Gade chapit la Kopi




ଯୋହନ 8:43
18 Referans Kwoze  

ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?


ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।


ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’


ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।


ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।


ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;


Swiv nou:

Piblisite


Piblisite