Biblia Todo Logo
Bib sou entènèt

- Piblisite -




ଯୋହନ 8:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଯିହୁଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁର ଆସ୍ଵାଦ ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

52 ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ସେମାନେ ତାଙ୍କୁ କହିଲେ, “ବର୍ତ୍ତମାନ ଆମ ଠିକ୍ ଜାଣୁଛୁ ଯେ, ତୁମକୁ ଭୂତ ଧରିଛି। ଅବ୍ରାହାମ ଓ ଭାବବାଦୀମାନେ ସମସ୍ତେ ମରିଛନ୍ତି; ଆଉ ତୁମେ କହୁଛ, ଯିଏ ତୁମ ଉପଦେଶ ପାଳନ କରିବ, ସେ କେବେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

52 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରହାମ ମରିଥିଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, ‘ମୋ’ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।’

Gade chapit la Kopi




ଯୋହନ 8:52
14 Referans Kwoze  

କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?


ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?”


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


Swiv nou:

Piblisite


Piblisite