Biblia Todo Logo
Bib sou entènèt

- Piblisite -




ଯୋହନ 8:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ଵର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ଯୀଶୁ ଉତ୍ତର ଦେଲେ: “ମୁଁ ଯଦି ନିଜକୁ ଗୌରବାନ୍ୱିତ କରିବାକୁ ଚେଷ୍ଟା କରୁଥାଆନ୍ତି, ଏହାର କିଛି ମୂଲ୍ୟ ରହନ୍ତା ନାହିଁ। ଯେ ମୋତେ ଗୌରବାନ୍ୱିତ କରନ୍ତି, ସେ ମୋର ପିତା- ଯାହାଙ୍କୁ ତୁମ୍ଭମାନଙ୍କର ଈଶ୍ୱର ବୋଲି କହୁଛ।

Gade chapit la Kopi

ପବିତ୍ର ବାଇବଲ

54 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତେବେ ସେ ସମ୍ମାନର କିଛି ମୂଲ୍ୟ ନାହିଁ। ମୋତେ ଯିଏ ସମ୍ମାନ ଦିଅନ୍ତି, ସେ ମୋର ପରିମପିତା। ଏବଂ ତୁମ୍ଭେମାନେ କହୁଛ, ସେ ତୁମ୍ଭର ପରମେଶ୍ୱର।

Gade chapit la Kopi




ଯୋହନ 8:54
28 Referans Kwoze  

କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।


ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।


ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;


କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,


ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର।


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


Swiv nou:

Piblisite


Piblisite