Biblia Todo Logo
Bib sou entènèt

- Piblisite -




ଯୋହନ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ଵରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହିପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରି ପାରେ? ଏହିପରିଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଫାରୁଶୀମାନଙ୍କ ମଧ୍ୟରୁ କେତେକ କହିଲେ, “ଯେ ଏ କାର୍ଯ୍ୟ କରିଛି, ସେ ଈଶ୍ୱରଙ୍କଠାରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ବିଧାନ ଲଙ୍ଘନ କରିଛି।” ଅନ୍ୟମାନେ କହିଲେ, “ଜଣେ ଲୋକ ପାପୀ ହୋଇ ଏଭଳି ଅଲୌକିକ କାର୍ଯ୍ୟ କିପରି କରିପାରିବ?” ଏ ବିଷୟ ନେଇ ସେମାନଙ୍କ ଭିତରେ ବିଭେଦ ସୃଷ୍ଟି ହେଲା।

Gade chapit la Kopi

ପବିତ୍ର ବାଇବଲ

16 କେତେକ ଫାରୂଶୀମାନେ କହିଲେ, “ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ୱରଙ୍କ ପାଖରୁ ଆସି ନାହିଁ।” ଅନ୍ୟମାନେ କହିଲେ, “ଜଣେ ପାପୀ କେବେ ଏଭଳି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ପାରିବ ନାହିଁ।” ଏହା ଯିହୂଦୀମାନଙ୍କ ମଧ୍ୟରେ ମତଭେଦ ହେଲା।

Gade chapit la Kopi




ଯୋହନ 9:16
18 Referans Kwoze  

ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।


ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;


ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।


କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।


ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।


ଏଥିରେ ଯିହୁଦୀମାନେ ପରସ୍ପର ବାଗ୍‍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।


ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?


କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।


ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।


ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?


Swiv nou:

Piblisite


Piblisite