Biblia Todo Logo
Bib sou entènèt

- Piblisite -




ଯୋହନ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଦିବସର ଆଲୋକ ଥାଉଁ ଥାଉଁ, ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମକୁ କରି ଯିବାକୁ ହେବ। ରାତ୍ରି ଆସୁଛି, ଯେତେବେଳେ କେହି କାର୍ଯ୍ୟ କରିପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ।

Gade chapit la Kopi




ଯୋହନ 9:4
18 Referans Kwoze  

ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।


ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।


ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।


ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’


ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”


Swiv nou:

Piblisite


Piblisite