Biblia Todo Logo
Bib sou entènèt

- Piblisite -




ଯୋହନ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏ ଜଗତରେ ଥିବାଯାଏ ମୁଁ ଜଗତର ଆଲୋକ।”

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”

Gade chapit la Kopi




ଯୋହନ 9:5
17 Referans Kwoze  

ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।


କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”


ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;


Swiv nou:

Piblisite


Piblisite