Biblia Todo Logo
Bib sou entènèt

- Piblisite -




ଆୟୁବ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

6 ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ୱର୍ଗଦୂତମାନଙ୍କ ପାଇଁ ସେହି ଦିନଟି ଉପସ୍ଥିତ ହେଲା। ସେହି ସ୍ୱର୍ଗଦୂତମାନଙ୍କ ସହିତ ଶୟତାନ ମଧ୍ୟ ସେଠାରେ ଉପସ୍ଥିତ ହେଲା।

Gade chapit la Kopi




ଆୟୁବ 1:6
16 Referans Kwoze  

ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।


ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।


ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”


“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;


ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’


ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


Swiv nou:

Piblisite


Piblisite