Biblia Todo Logo
Bib sou entènèt

- Piblisite -




ଆୟୁବ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ ?

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ମୋର ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଅଟେ। ସେ ପରମେଶ୍ୱରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ଯ୍ୟ କରିବାକୁ ପ୍ରତ୍ୟାଖାନ କରେ।”

Gade chapit la Kopi




ଆୟୁବ 1:8
29 Referans Kwoze  

ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।


ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।


ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।


ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।


ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;


ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।


ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”


ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;


ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।


ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।


ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


“ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।


ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।


Swiv nou:

Piblisite


Piblisite