Biblia Todo Logo
Bib sou entènèt

- Piblisite -




ଆୟୁବ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।”

Gade chapit la Kopi

ପବିତ୍ର ବାଇବଲ

4 ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।

Gade chapit la Kopi




ଆୟୁବ 2:4
15 Referans Kwoze  

ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?


ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।


ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”


ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।


ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”


ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।


କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।


Swiv nou:

Piblisite


Piblisite