Biblia Todo Logo
Bib sou entènèt

- Piblisite -




ଆୟୁବ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଜଣେ ବ୍ୟକ୍ତି ପରମେଶ୍ୱରଙ୍କ ସହିତ ବାଦାନୁବାଦ କରି ପାରିବ ନାହିଁ। ପରମେଶ୍ୱର ତାକୁ 1,000 ପ୍ରଶ୍ନ କରି ପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ୟଦେଇ ପାରିବ ନାହିଁ।

Gade chapit la Kopi




ଆୟୁବ 9:3
18 Referans Kwoze  

ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”


ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।


ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।


କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?


କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।


ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।


ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।


ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।


ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?


ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।


ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”


କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।


Swiv nou:

Piblisite


Piblisite