Biblia Todo Logo
Bib sou entènèt

- Piblisite -




ଯୋୟେଲ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପୁରୁଷଙ୍କୁ ଜଣାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

3 ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସେମାନଙ୍କର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସେମାନଙ୍କର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।

Gade chapit la Kopi




ଯୋୟେଲ 1:3
10 Referans Kwoze  

ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।


ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


Swiv nou:

Piblisite


Piblisite