Biblia Todo Logo
Bib sou entènèt

- Piblisite -




ଯୋୟେଲ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।

Gade chapit la Kopi

ଓଡିଆ ବାଇବେଲ

14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।

Gade chapit la Kopi

ପବିତ୍ର ବାଇବଲ

14 କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।

Gade chapit la Kopi




ଯୋୟେଲ 2:14
20 Referans Kwoze  

କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”


ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।


ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”


ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,


ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?


ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।


ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”


ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।


ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।


ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।


ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”


Swiv nou:

Piblisite


Piblisite