Biblia Todo Logo
Bib sou entènèt

- Piblisite -




ଯୋୟେଲ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ।

Gade chapit la Kopi




ଯୋୟେଲ 2:3
21 Referans Kwoze  

କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।


ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”


ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।


ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।


ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।


ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’


କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।


ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’


ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।


କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।


Swiv nou:

Piblisite


Piblisite