Biblia Todo Logo
Bib sou entènèt

- Piblisite -




ଯୋୟେଲ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

Gade chapit la Kopi

ଓଡିଆ ବାଇବେଲ

12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

Gade chapit la Kopi

ପବିତ୍ର ବାଇବଲ

12 ହେ, ରାଜ୍ୟବାସୀ! ଜାଗ୍ରତ ହୁଅ, ଯିହୋଶାଫଟର ଉପତ୍ୟକାକୁ ଆସ କାରଣ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲର ଚତୁର୍ପାର୍ଶ୍ୱରେ ଥିବା ରାଜ୍ୟମାନଙ୍କର ବିଗ୍ଭର କରିବା ପାଇଁ ଫେରି ଆସିବା।

Gade chapit la Kopi




ଯୋୟେଲ 3:12
17 Referans Kwoze  

ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।


ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।


ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବର ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ।


କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।


ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


Swiv nou:

Piblisite


Piblisite