Biblia Todo Logo
Bib sou entènèt

- Piblisite -




ଯୋୟେଲ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ମିଶର ଗୋଟିଏ ନିର୍ଜନ ସ୍ଥାନ ହେବ ଏବଂ ଶୂନ୍ୟ ମରୁଭୂମି ହେବ। କାରଣ ସେମାନେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହୋଇଥିଲେ। ସେମାନେ ସେହି ଦେଶର ନିରୀହ ଲୋକମାନଙ୍କୁ ହତ୍ୟା କରିଥିଲେ।

Gade chapit la Kopi




ଯୋୟେଲ 3:19
19 Referans Kwoze  

ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”


କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,


ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।


ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।


Swiv nou:

Piblisite


Piblisite