Biblia Todo Logo
Bib sou entènèt

- Piblisite -




ଯୋୟେଲ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ଵରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

Gade chapit la Kopi

ଓଡିଆ ବାଇବେଲ

4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

Gade chapit la Kopi

ପବିତ୍ର ବାଇବଲ

4 “ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭେମାନେ ଆମ୍ଭଙ୍କୁ ଦଣ୍ତ ଦେଇ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦେବା।

Gade chapit la Kopi




ଯୋୟେଲ 3:4
24 Referans Kwoze  

କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।


କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।


କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।


ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।


“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


Swiv nou:

Piblisite


Piblisite