Biblia Todo Logo
Bib sou entènèt

- Piblisite -




ଯୂନସ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”

Gade chapit la Kopi

ପବିତ୍ର ବାଇବଲ

12 ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।”

Gade chapit la Kopi




ଯୂନସ 1:12
10 Referans Kwoze  

ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”


ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।


ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।


ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।


ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।


Swiv nou:

Piblisite


Piblisite