Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,

Gade chapit la Kopi

ଓଡିଆ ବାଇବେଲ

14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ଯର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦେଇଛନ୍ତି। ସେମାନେ ସେଠାରେ ସେମାନଙ୍କର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ରରେ ସୁସଜ୍ଜିତ ହୋଇ ଯର୍ଦ୍ଦନ ନଦୀ ପାର ହେବା ଉଚିତ୍। ତୁମ୍ଭେ ସେମାନଙ୍କୁ ସେମାନଙ୍କ ଭୂମି ଫେରାଇବା ପାଇଁ କରୁଥିବା ଯୁଦ୍ଧରେ ସାହାଯ୍ୟ କରିବା ଉଚିତ୍।

Gade chapit la Kopi




ଯିହୋଶୂୟ 1:14
9 Referans Kwoze  

ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;


ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”


ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।


ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।


ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।


“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।


ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”


ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”


ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;


Swiv nou:

Piblisite


Piblisite