Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପ୍ରାନ୍ତର ଓ ଏହି ଲିବାନୋନ୍‍ଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Gade chapit la Kopi

ଓଡିଆ ବାଇବେଲ

4 ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ

4 ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋ‌ନ୍‌ର ସମସ୍ତ ଭୂମି ତୁମ୍ଭର ହେବ।

Gade chapit la Kopi




ଯିହୋଶୂୟ 1:4
12 Referans Kwoze  

ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।


ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।


ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।


ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।


ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।


Swiv nou:

Piblisite


Piblisite