Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବିୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବୈଥୋରୋଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi

ଓଡିଆ ବାଇବେଲ

10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍‍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ ସୈନ୍ୟବାହିନୀକୁ ଦ୍ୱନ୍ଦରେ ପକାଇଲେ, ଯେତେବେଳେ ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ତେଣୁ ଇସ୍ରାଏଲୀୟମାନେ ସେମାନଙ୍କ ଉପରେ ବିଜୟ ଲାଭ କଲେ। ଇସ୍ରାଏଲୀୟମାନେ ଗିବିୟୋନଠାରୁ ଆକ୍ରମଣ କରି ବୈଥୋରୋଣ ପର୍ଯ୍ୟନ୍ତ ଗୋଡ଼ାଇଲେ, ଆଉ ଅସେକା ଓ ମ‌କ୍‌କେଦା ପର୍ଯ୍ୟନ୍ତ ରାସ୍ତାରେ ସେମାନଙ୍କୁ ପରାସ୍ତ କଲେ।

Gade chapit la Kopi




ଯିହୋଶୂୟ 10:10
29 Referans Kwoze  

ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।


ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।


ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।


ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।


ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।


କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।


ମକ୍କେଦାର ରାଜା, ଏକ; ବେଥେଲ୍‍ର ରାଜା, ଏକ;


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।


ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।


ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।


ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,


ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।


ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।


ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।


ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


Swiv nou:

Piblisite


Piblisite