Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍‍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।

Gade chapit la Kopi

ପବିତ୍ର ବାଇବଲ

11 ଯେତେବେଳେ ସେମାନେ ଇସ୍ରାଏଲୀୟମାନଙ୍କଠାରୁ ବୈଥୋରୋଣ ରାସ୍ତାରେ ଗଡ଼ାଣି ଆଡ଼କୁ ଦୌଡ଼ି ଅସେକା ପର୍ଯ୍ୟନ୍ତ ପଳାଇଲେ, ସଦାପ୍ରଭୁ ସେମାନଙ୍କ ଉପରେ କୁଆପଥର ବୃଷ୍ଟି କଲେ। ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ମୃତ୍ୟୁବରଣ କଲେ। ଯୁଦ୍ଧ ଅସ୍ତ୍ରରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ସଂଖ୍ୟା ଅପେକ୍ଷା କୁଆପଥର ବୃଷ୍ଟିରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଅଟେ।

Gade chapit la Kopi




ଯିହୋଶୂୟ 10:11
17 Referans Kwoze  

ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।


ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।


ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”


ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।


ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?


ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


Swiv nou:

Piblisite


Piblisite