Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।

Gade chapit la Kopi

ଓଡିଆ ବାଇବେଲ

12 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳ ଭୂମିରେ (ସ୍ତବ୍ଧ ହୁଅ)।

Gade chapit la Kopi

ପବିତ୍ର ବାଇବଲ

12 ସେହି ଦିନ ସଦାପ୍ରଭୁ ଇମୋରୀୟମାନଙ୍କୁ ଇସ୍ରାଏଲୀୟଗଣଙ୍କୁ ହସ୍ତାନ୍ତର କଲେ। ଯିହୋଶୂୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ଉପସ୍ଥିତିରେ ଆଜ୍ଞା ଦେଲେ। “ହେ ସୂର୍ଯ୍ୟ ତୁମ୍ଭେ ଗିବିୟୋନ ଉପରେ ସ୍ତବ୍ଧ ହୁଅ। ହେ ଚନ୍ଦ୍ର ତୁମ୍ଭେ ଅୟାଲୋନ୍ ଭୂମିରେ ସ୍ତବ୍ଧ ହୁଅ।”

Gade chapit la Kopi




ଯିହୋଶୂୟ 10:12
29 Referans Kwoze  

ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।


ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।


ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,


ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।


ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।


ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।


ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା


ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍‍ରେ କବର ପାଇଲେ।


ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।


ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।


ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।


ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।


ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।


ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”


ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”


ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।


ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।


Swiv nou:

Piblisite


Piblisite