Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।

Gade chapit la Kopi




ଯିହୋଶୂୟ 10:13
29 Referans Kwoze  

ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।


ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।


ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”


ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।


ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,


ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।


ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,


“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”


ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।


Swiv nou:

Piblisite


Piblisite