Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ

20 ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ।

Gade chapit la Kopi




ଯିହୋଶୂୟ 10:20
12 Referans Kwoze  

ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।


ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।


ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।


ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।


Swiv nou:

Piblisite


Piblisite