Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍‍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ଼୍‍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।

Gade chapit la Kopi

ଓଡିଆ ବାଇବେଲ

39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍‍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।

Gade chapit la Kopi

ପବିତ୍ର ବାଇବଲ

39 ସେମାନେ ଦବୀର ସହରକୁ ନିଜର କରଗତ କଲେ, ତାହାର ରାଜାଙ୍କୁ ମଧ୍ୟ କରଗତ କଲେ। ଏବଂ ତା'ର ନିକଟରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଏବଂ ସେ ସହରକୁ ଧ୍ୱଂସ କରି ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। କାହାରିକୁ ଜୀବିତ ଛାଡ଼ିଲେ ନାହିଁ। ସେମାନେ ହିବ୍ରୋଣ ସହରକୁ ଓ ଲି‌‌ବ୍‌‌ନା ଓ ଏହାର ରାଜାଙ୍କୁ କଲାପରି, ଦବୀର ସହରକୁ ଧ୍ୱଂସ କଲେ।

Gade chapit la Kopi




ଯିହୋଶୂୟ 10:39
11 Referans Kwoze  

ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍‍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ସେସମୟରେ ଗେଷରର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।


ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।


ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।


ଦବୀରର ରାଜା, ଏକ; ଗେଦରର ରାଜା, ଏକ;


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


Swiv nou:

Piblisite


Piblisite