Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

17 ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବା‌ଲ୍‌ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ। ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ହତ୍ୟା କଲେ।

Gade chapit la Kopi




ଯିହୋଶୂୟ 11:17
12 Referans Kwoze  

ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।


ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।


ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।


ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।


ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।


ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।


Swiv nou:

Piblisite


Piblisite