Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧବଂଶକୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁଙ୍କର ଦାସ ମୋଶା ଏବଂ ଇସ୍ରାଏଲର ଲୋକମାନେ ସେ ରାଜାଗଣଙ୍କର ଦେଶକୁ ପରାସ୍ତ କରିଥିଲେ। ମୋଶା ସେମାନଙ୍କର ଦେଶଗୁଡ଼ିକ ଗାଦୀୟ, ରୁବେନୀୟ ପରିବାରବର୍ଗଙ୍କୁ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ଦେଲେ।

Gade chapit la Kopi




ଯିହୋଶୂୟ 12:6
11 Referans Kwoze  

ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।


ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”


କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।


କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।


ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।


ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।


Swiv nou:

Piblisite


Piblisite