Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।

Gade chapit la Kopi

ଓଡିଆ ବାଇବେଲ

31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।

Gade chapit la Kopi

ପବିତ୍ର ବାଇବଲ

31 ଅର୍ଦ୍ଧେକ ଗିଲିୟଦ, ଅଷ୍ଟାରୋତ୍, ଇଦ୍ରିୟୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପୁତ୍ର ମାଖୀରର ବଂଶଧରଗଣଙ୍କୁ ଏହିସବୁ ଦେଶ ଦିଆଯାଇଥିଲା। ଅର୍ଦ୍ଧେକ ଉତ୍ତରାଧିକାରୀ ଏହି ଦେଶ ପାଇଲେ।

Gade chapit la Kopi




ଯିହୋଶୂୟ 13:31
14 Referans Kwoze  

ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।


ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।


କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”


ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’


ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;


ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।


ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।


ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।


ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।


Swiv nou:

Piblisite


Piblisite