Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା। ସେଠାରୁ ସେ ଶ‌କ୍‌କେରୋନ୍ ସୀମା ପର୍ଯ୍ୟନ୍ତ ବିସ୍ତୃତ ଥିଲା ଓ ବାଲା ପର୍ବତରେ ପଡ଼ି ଯବନିୟେଲ ପର୍ଯ୍ୟନ୍ତ ଥିଲା। ସେହି ସୀମାର ପ୍ରାନ୍ତ ଭାଗ ସମୁଦ୍ର ଥିଲା।

Gade chapit la Kopi




ଯିହୋଶୂୟ 15:11
15 Referans Kwoze  

ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”


ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”


ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।


ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”


ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;


ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।


ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।


ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।


ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।


ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।


ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।


ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ


Swiv nou:

Piblisite


Piblisite