Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯିଫୁନ୍ନିର ପୁତ୍ର କାଲେ‌ବ୍‌କୁ ଯିହୁଦାର କିଛି ଅଂଶ ଦେବା ପାଇଁ, ପରମେଶ୍ୱରଙ୍କ କଥା ଅନୁସାରେ ଯିହୋଶୂୟ କାଲେ‌ବ୍‌କୁ ଦେଶର କିଛି ଅଂଶ ଦେଲେ। ଯିହୋଶୂୟ ତାଙ୍କୁ କିରିୟଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଅନାକର ପିତା ଥିଲେ।

Gade chapit la Kopi




ଯିହୋଶୂୟ 15:13
18 Referans Kwoze  

ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”


ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।


ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”


ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।


ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।


ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”


ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”


ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।


Swiv nou:

Piblisite


Piblisite