Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

16 ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା।

Gade chapit la Kopi




ଯିହୋଶୂୟ 18:16
19 Referans Kwoze  

ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।


‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।


ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।


ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।


ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।


ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।


ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍‍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।


ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।


ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।


ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।


ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।


ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ


Swiv nou:

Piblisite


Piblisite