Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।

Gade chapit la Kopi

ଓଡିଆ ବାଇବେଲ

18 ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ।

Gade chapit la Kopi




ଯିହୋଶୂୟ 2:18
19 Referans Kwoze  

ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।


ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।


କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।


ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।


ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,


ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;


ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।


ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।


ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”


ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।


Swiv nou:

Piblisite


Piblisite