Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ଵୟଂ ତହିଁର ପ୍ରତିଫଳ ଦେଉନ୍ତୁ;

Gade chapit la Kopi

ଓଡିଆ ବାଇବେଲ

23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ

23 ଯଦି ଆମ୍ଭେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କରି ଥାଉ, ତେବେ ସଦାପ୍ରଭୁ ଆମ୍ଭକୁ ସ୍ୱହସ୍ତରେ ଦଣ୍ତ ଦିଅନ୍ତୁ।

Gade chapit la Kopi




ଯିହୋଶୂୟ 22:23
10 Referans Kwoze  

ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।”


ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।


ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ‘ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ,’ ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।


ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।


‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।


ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।


Swiv nou:

Piblisite


Piblisite