Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ତଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।

Gade chapit la Kopi

ଓଡିଆ ବାଇବେଲ

30 ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ

30 ପୀନହସ୍ ଯାଜକ ଏବଂ ତାଙ୍କ ସହିତ ଯାଇଥିବା ମୁଖିଆ, ଏହିପରି କଥା ରୁବେନ୍, ଗାଦ୍ ଓ ମନଃଶିର ବଂଶର ଲୋକମାନଙ୍କଠାରୁ ଶୁଣିଲେ। ସେମାନେ ମଧ୍ୟ ବୁଝିଲେ ଯେ ବାସ୍ତବରେ ସତ କଥା ଏବଂ ଠିକ୍ କଥା କହୁଛନ୍ତି।

Gade chapit la Kopi




ଯିହୋଶୂୟ 22:30
11 Referans Kwoze  

ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।


ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା।


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।


ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।


ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି


ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”


ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”


Swiv nou:

Piblisite


Piblisite