Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 “ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।

Gade chapit la Kopi




ଯିହୋଶୂୟ 23:14
16 Referans Kwoze  

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,


କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


Swiv nou:

Piblisite


Piblisite