Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।

Gade chapit la Kopi

ଓଡିଆ ବାଇବେଲ

16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ

16 ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”

Gade chapit la Kopi




ଯିହୋଶୂୟ 23:16
16 Referans Kwoze  

କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।


କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।


ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”


ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।


ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”


ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;


ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


Swiv nou:

Piblisite


Piblisite