Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

17 ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅ‌ଦ୍‌ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି।

Gade chapit la Kopi




ଯିହୋଶୂୟ 24:17
14 Referans Kwoze  

ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।


ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।


ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”


ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।


ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;


Swiv nou:

Piblisite


Piblisite