Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ଵର; ସେ (ସ୍ଵଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହା ସତ୍ୟ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବାକୁ ସକ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ପରମେଶ୍ୱର ପବିତ୍ର। ଅନ୍ୟ ଦେବତାର ସେବା କଲେ ପରମେଶ୍ୱର ତାଙ୍କର ଲୋକମାଲଙ୍କୁ ଘୃଣା କରନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭେମାନେ ଏହିପରି ଭାବରେ ତାଙ୍କର ବିରୁଦ୍ଧାଚରଣ କର।

Gade chapit la Kopi




ଯିହୋଶୂୟ 24:19
30 Referans Kwoze  

ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।


ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”


ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”


ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”


ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”


ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”


ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।


ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।


କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।


ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।


Swiv nou:

Piblisite


Piblisite