Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

16 ଉର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।

Gade chapit la Kopi




ଯିହୋଶୂୟ 3:16
31 Referans Kwoze  

ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”


ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।


ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।


ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।


ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।


ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,


ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।


ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।


ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।


ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।


ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ


ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।


ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।


ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?


ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।


ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।


ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।


ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


Swiv nou:

Piblisite


Piblisite