Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।

Gade chapit la Kopi

ପବିତ୍ର ବାଇବଲ

3 ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍।

Gade chapit la Kopi




ଯିହୋଶୂୟ 3:3
20 Referans Kwoze  

ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।


ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।


ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”


ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,


ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।


ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”


ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।


ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।


କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”


Swiv nou:

Piblisite


Piblisite