Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାର ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।

Gade chapit la Kopi

ଓଡିଆ ବାଇବେଲ

3 ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।

Gade chapit la Kopi

ପବିତ୍ର ବାଇବଲ

3 ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”

Gade chapit la Kopi




ଯିହୋଶୂୟ 4:3
11 Referans Kwoze  

ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।


ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”


ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;


ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”


ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”


ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;


Swiv nou:

Piblisite


Piblisite