Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍‍ଗହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?

Gade chapit la Kopi

ଓଡିଆ ବାଇବେଲ

13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ ?

Gade chapit la Kopi

ପବିତ୍ର ବାଇବଲ

13 ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”

Gade chapit la Kopi




ଯିହୋଶୂୟ 5:13
24 Referans Kwoze  

ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।


ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।


ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;


କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।


ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,


“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।


ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।


ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”


ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍‍ ଉତ୍ପନ୍ନ ହେଲା।


ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”


ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,


ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;


ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।


ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”


ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।


Swiv nou:

Piblisite


Piblisite