Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 (ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 (ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲା ନାହିଁ ଓ କେହି ଭିତରକୁ ଆସିଲା ନାହିଁ ) ଯିହୋ.୨:୧

Gade chapit la Kopi

ଓଡିଆ ବାଇବେଲ

1 (ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)

Gade chapit la Kopi

ପବିତ୍ର ବାଇବଲ

1 ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।

Gade chapit la Kopi




ଯିହୋଶୂୟ 6:1
12 Referans Kwoze  

ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”


ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।


ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।


ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।


ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।


ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍


ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”


ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।


Swiv nou:

Piblisite


Piblisite